Posted inଜାତୀୟ

ପୁଣି କରୋନା ଆତଙ୍କ: ୬୦ ହଜାର ଟପିଲା ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୧୭।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ବୃଦ୍ଧି ହୋଇଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୬୦ ହଜାର ଟପିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୦ ହଜାରରୁ କମ୍‌ ରହିଛି। ଗତ ୨୪ ଘଣ୍ଟାରେ ଏହା ୯,୧୦୮ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୦,୦୮୯ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨୪ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୯ ଥିଲା। ଏହି ସମୟରେ ସକ୍ରିୟ ମାମଲା ୬୦ ହଜାର ଟପି ଏହା ୬୦ ହଜାର ୩୧୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୫୭ ହଜାର ୫୪୨ ଥିଲା। ସେହିପରି ୨୪ ଘଣ୍ଟାରେ ୬,୩୧୩ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୬,୨୪୮ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୧୪୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୮ ଲକ୍ଷ ୨୭ ହଜାର ୨୨୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୨ ଲକ୍ଷ ୩୫ ହଜାର ୭୭୨ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri