ସ୍କୁଲରେ କରୋନା ଆତଙ୍କ, ୭୯ ଛାତ୍ରୀଛାତ୍ର-୩ କର୍ମଚାରୀ ପଜିଟିଭ୍‌…

ଶିମଲା,୨୨।୯: ହିମାଚଳ ପ୍ରଦେଶର ଏକ ସ୍କୁଲରେ କରୋନା ଆତଙ୍କ ଦେଖାଦେଇଛି। ସ୍କୁଲର ୭୯ ଛାତ୍ରୀଛାତ୍ର ଏବଂ ୩ ଜଣ କର୍ମଚାରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ମଣ୍ଡି ଅଞ୍ଚଳରେ ଥିବା ଧରମପୁରସ୍ଥିତ ଏକ ସ୍କୁଲରେ ଏଭଳି ଆତଙ୍କ ସୃଷ୍ଟି ହୋଇଛି। ଏହାକୁ ନେଇ ସ୍ଥାନୀୟ ପ୍ରଶାସନର ଚିନ୍ତା ବଢ଼ିବାରେ ଲାଗିଛି। ସ୍କୁଲକୁ ତୁରନ୍ତ ବନ୍ଦ କରାଯିବା ସହିତ ସମଗ୍ର ଅଞ୍ଚଳକୁ ସିଲ୍‌ କରି ଦିଆଯାଇଛି।

ରାଜ୍ୟରେ ସେପ୍ଟେମ୍ବର ୨୫ରୁ ସ୍କୁଲ ଖୋଲାଯିବା ନେଇ ସରକାରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ତେବେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍କୁଲ ଖୋଲିବା ନେଇ ଏବେ ଅନିଶ୍ଚିତତା ସୃଷ୍ଟି ହୋଇଛି। ପୂର୍ବରୁ ସେପ୍ଟେମ୍ବର ୨୧ରେ ସମସ୍ତ ସ୍କୁଲ ଖୋଲିବା ଲାଗି ଯୋଜନା କରାଯାଇଥିଲା। ତେବେ ଏହାକୁ ପରବର୍ତ୍ତୀ ସମୟରେ ରଦ୍ଦ କରାଯାଇଥିଲା। ଆବାସିକ ବିଦ୍ୟାଳୟକୁ ଛାଡ଼ି ଅନ୍ୟ ସମସ୍ତ ସ୍କୁଲ ସେପ୍ଟେମ୍ବର ୨୫ ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସ୍କୁଲ ବନ୍ଦ ରହିଲେ ମଧ୍ୟ ଶିକ୍ଷୟିତ୍ରୀ ଏବଂ ଶିକ୍ଷକ ତଥା ଅନ୍ୟ କର୍ମଚାରୀମାନେ ଉପସ୍ଥିତ ରହିବେ ବୋଲି ନିର୍ଦ୍ଦେଶ ଜାରି ହୋଇଛି। ରାଜ୍ୟରେ ଅଗଷ୍ଟ ୨ରୁ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲା ଯାଇଥିଲା। ତେବେ ପିଲାଙ୍କ ମଧ୍ୟରେ ସଂକ୍ରମଣ ବୃଦ୍ଧି ପାଇବାରୁ ଏକ ସପ୍ତାହ ମଧ୍ୟରେ ସମସ୍ତ ଅଫ୍‌ଲାଇନ୍‌ କ୍ଲାସକୁ ବନ୍ଦ କରାଯାଇଥିଲା।

ଅଗଷ୍ଟ ୨୨ରେ ସ୍କୁଲ ଖୋଲିବ ବୋଲି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଥିବାବେଳେ ପୁଣି ଏହାକୁ ଗୁଞ୍ଚାଇ ସେପ୍ଟେମ୍ବର ୨୧ କରାଯାଇଥିଲା। ଏବେ ଛାତ୍ରୀଛାତ୍ରମାନେ ଅନ୍‌ଲାଇନ୍‌ରେ ପାଠ ପଢୁଛନ୍ତି। ରାଜ୍ୟରେ ଜୁଲାଇରେ ସଂକ୍ରମଣ ହାର ୦.୯ ପ୍ରତିଶତ ଥିଲା। ମାତ୍ର ବର୍ତ୍ତମାନ ଏହା ୨ ପ୍ରତିଶତ ଛୁଇଁଛି। ଏନେଇ ମୁଖ୍ୟମନ୍ତ୍ରୀ ଜୟ ରାମ ଠାକୁର ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri