ଧୋନୀଙ୍କ ସହ ପୁରା ଚେନ୍ନାଇ ଦଳର ଆଉଥରେ ହେଲା କରୋନା ଟେଷ୍ଟ

ଦୁବାଇ, ୧।୯: ଚଳିତ ମାସରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍‌-୧୩ ଲାଗି ଏପର୍ଯ୍ୟନ୍ତ ଅଭ୍ୟାସ ଆରମ୍ଭ କରିପାରି ନ ଥିବା ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ) କ୍ୟାମ୍ପ୍‌ରୁ ବଡ଼ ଖବର ଆସିଛି। ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସମେତ ଦଳର ସମସ୍ତ ଖେଳାଳି ଓ ସପୋର୍ଟ ଷ୍ଟାଫ୍‌ଙ୍କ କରୋନା ଟେଷ୍ଟ ହୋଇଛି। ଏଥିସହ ସମସ୍ତଙ୍କ ରିପୋର୍ଟ ନେଗେଟିଭ ଆସିଥିବା ଜଣାପଡ଼ିଛି। ଏଠାରେ ଉଲ୍ଲେଖଯୋଗ୍ୟ, ୨ଜଣ ଖେଳାଳି ଓ ସପୋର୍ଟ ଷ୍ଟାଫଙ୍କୁ ମିଶାଇ ଚେନ୍ନାଇର ୧୩ଜଣ ସଦସ୍ୟଙ୍କ କରୋନା ରିପୋର୍ଟ ନିକଟରେ ପଜିଟିଭ ଆସିଥିଲା। ଏହାପରେ ଦଳର କ୍ୱାରାଣ୍ଟାଇନ ଅବଧି ବଢ଼ାଇ ଦିଆଯାଇଥିଲା। କିନ୍ତୁ ସଦ୍ୟତମ ଟେଷ୍ଟରେ ଦଳର ସମସ୍ତ ସଦସ୍ୟଙ୍କ ରିପୋର୍ଟ ନେଗେଟିଭ ଆସିଛି। ଅର୍ଥାତ୍‌ ପୂର୍ବରୁ କରୋନା ଆକ୍ରାନ୍ତ ହୋଇଥିବା ଦୀପକ ଚହର ଓ ରୁତୁରାଜ ଗାଏକ୍ୱାଡ ମଧ୍ୟ ଆରୋଗ୍ୟ ଲାଭ କରିଛନ୍ତି। ସୁପର୍‌ କିଙ୍ଗ୍ସର ସମସ୍ତ ଖେଳାଳିଙ୍କ ରିପୋର୍ଟ ନେଗେଟିଭ ଆସିଥିଲେ ମଧ୍ୟ ଦଳ ବର୍ତ୍ତମାନ ଅଭ୍ୟାସ କରିବା ଲାଗି ରାସ୍ତା ସଫା ହୋଇନାହିଁ। ଗୁରୁବାର ପୁଣିଥରେ ଚେନ୍ନାଇର ସମସ୍ତ ଖେଳାଳି ଓ ଷ୍ଟାଫ୍‌ଙ୍କ କରୋନା ଟେଷ୍ଟ କରାଯିବାର କାର୍ଯ୍ୟକ୍ରମ ରହିଛି। ଯଦି ଧୋନୀଙ୍କ ସମେତ ସମସ୍ତ ସଦସ୍ୟଙ୍କ ରିପୋର୍ଟ ନେଗେଟିଭ ଆସିବ ତାହାଲେ ସେମାନଙ୍କୁ ଅଭ୍ୟାସ କରିବା ଲାଗି ସବୁଜ ସଙ୍କେତ ପ୍ରଦାନ କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଟ୍ରେନ ଆଗକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ବଲାଙ୍ଗୀର,୨୮।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖୁଜେନପାଲି କବାଟପଡ଼ା ରେଳ ଲାଇନ୍‌ ନିକଟରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ରେଳବାଇ ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ପରିଚୟ ମିଳି…

ବିପଦ ସଂକେତ ଉପରେ ବୁଢ଼ାବଳଙ୍ଗ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ, ଏସ୍‌ପି

ବୈଶିଙ୍ଗା,୨୮।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ତଥା ବେତନଟୀ ବ୍ଲକ ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ପୋଲ ନିକଟରେ ମଙ୍ଗଳବାର ଦ୍ୱିପ୍ରହର ସୁଦ୍ଧା ଜଳସ୍ତର ବିପଦ…

ପାଲଲହଡ଼ା-ବାଉଁଶଯୋଡ଼ା ବ୍ରିଜରେ ୫ ଫୁଟ ବନ୍ୟା ପାଣି

ଭୁବନେଶ୍ୱର,୨୮।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁ ପାଲଲହଡ଼ା-ବାଉଁଶଯୋଡ଼ା ନଦୀ ବ୍ରିଜ ଉପରେ…

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri