ଏଥର ମୃତବ୍ୟକ୍ତିଙ୍କ ହେବନି କରୋନା ଟେଷ୍ଟ, ପରିବାର ଲୋକଙ୍କୁ ତୁରନ୍ତ ହସ୍ତାନ୍ତର କରାଯିବ ମୃତଦେହ

ଭୁବନେଶ୍ୱର,୨୩ା୯(ବ୍ୟୁରୋ): ଏଥର ଆଉ ମୃତବ୍ୟକ୍ତିଙ୍କ କରୋନା ଟେଷ୍ଟ ହେବ ନାହିଁ ବୋଲି ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ମୃତବ୍ୟକ୍ତିଙ୍କ କରୋନା ଟେଷ୍ଟ ହେବା ଦ୍ୱାରା ମୃତଦେହ ହସ୍ତାନ୍ତର କରିବାରେ ବିଳମ୍ବ ହେଉଛି। ଫଳରେ ପରିବାର ଲୋକେ ହନ୍ତସନ୍ତ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି।
ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ସରକାରୀ ଏବଂ ଘରୋଇ କୋଭିଡ୍‌ ହସ୍ପିଟାଲକୁ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି। ଏଥିରେ କୁହାଯାଇଛି, ମୃତବ୍ୟକ୍ତିଙ୍କ ରିପୋର୍ଟ, ବେଡ୍‌ ଟିକେଟ୍‌, କୋଭିଡ୍‌ ପରୀକ୍ଷା ସ୍ଥିତି ମୃତ୍ୟୁର ୪୮ ଘଣ୍ଟା ମଧ୍ୟରେ ରାଜ୍ୟ ସ୍ବାସ୍ଥ୍ୟସେବା ନିର୍ଦ୍ଦେଶକଙ୍କ ନିକଟରେ ଦାଖଲ କରାଯିବ। ରୋଗୀଙ୍କର ପୂର୍ବରୁ କେଉଁ ରୋଗ ଥିଲା, ହସ୍ପିଟାଲରେ ଆଡମିଟ୍‌ ହେବା ପରେ କେଉଁ ଲକ୍ଷଣ ସବୁ ଥିଲା ସେ ସମ୍ପର୍କରେ ରାଜ୍ୟ କମିଟିକୁ ଜଣାଇବାକୁ ପଡ଼ିବ। ଏଥିସହିତ କରୋନା ରୋଗୀଙ୍କ ଚିକିତ୍ସା କରୁଥିବା ଡାକ୍ତର ଏବଂ ଯୋଗାଯୋଗ ନମ୍ବର ରହିବ ବୋଲି ନିର୍ଦ୍ଦେଶନାମା ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri