ଏଥର ମୃତବ୍ୟକ୍ତିଙ୍କ ହେବନି କରୋନା ଟେଷ୍ଟ, ପରିବାର ଲୋକଙ୍କୁ ତୁରନ୍ତ ହସ୍ତାନ୍ତର କରାଯିବ ମୃତଦେହ

ଭୁବନେଶ୍ୱର,୨୩ା୯(ବ୍ୟୁରୋ): ଏଥର ଆଉ ମୃତବ୍ୟକ୍ତିଙ୍କ କରୋନା ଟେଷ୍ଟ ହେବ ନାହିଁ ବୋଲି ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ମୃତବ୍ୟକ୍ତିଙ୍କ କରୋନା ଟେଷ୍ଟ ହେବା ଦ୍ୱାରା ମୃତଦେହ ହସ୍ତାନ୍ତର କରିବାରେ ବିଳମ୍ବ ହେଉଛି। ଫଳରେ ପରିବାର ଲୋକେ ହନ୍ତସନ୍ତ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି।
ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ସରକାରୀ ଏବଂ ଘରୋଇ କୋଭିଡ୍‌ ହସ୍ପିଟାଲକୁ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି। ଏଥିରେ କୁହାଯାଇଛି, ମୃତବ୍ୟକ୍ତିଙ୍କ ରିପୋର୍ଟ, ବେଡ୍‌ ଟିକେଟ୍‌, କୋଭିଡ୍‌ ପରୀକ୍ଷା ସ୍ଥିତି ମୃତ୍ୟୁର ୪୮ ଘଣ୍ଟା ମଧ୍ୟରେ ରାଜ୍ୟ ସ୍ବାସ୍ଥ୍ୟସେବା ନିର୍ଦ୍ଦେଶକଙ୍କ ନିକଟରେ ଦାଖଲ କରାଯିବ। ରୋଗୀଙ୍କର ପୂର୍ବରୁ କେଉଁ ରୋଗ ଥିଲା, ହସ୍ପିଟାଲରେ ଆଡମିଟ୍‌ ହେବା ପରେ କେଉଁ ଲକ୍ଷଣ ସବୁ ଥିଲା ସେ ସମ୍ପର୍କରେ ରାଜ୍ୟ କମିଟିକୁ ଜଣାଇବାକୁ ପଡ଼ିବ। ଏଥିସହିତ କରୋନା ରୋଗୀଙ୍କ ଚିକିତ୍ସା କରୁଥିବା ଡାକ୍ତର ଏବଂ ଯୋଗାଯୋଗ ନମ୍ବର ରହିବ ବୋଲି ନିର୍ଦ୍ଦେଶନାମା ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri