ସେବାୟତଙ୍କୁ କରୋନା: ୩ ଦିନ ସାଧାରଣ ଦର୍ଶନ ବନ୍ଦ

ଆରଡ଼ି,୧୫।୪: ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ସକାଳ ୮ଟାରୁ ୩ ଦିନ ପାଇଁ ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ଘୋଷଣା କରାଯାଇଛି। ସେବାୟତମାନେ ଯଥାରୀତି ମନ୍ଦିରରେ ପୂଜାର୍ଚ୍ଚନା କରିପାରିବେ। ହେଲେ ଶ୍ରଦ୍ଧାଳୁମାନେ ମନ୍ଦିର ଭିତରକୁ ଯାଇ ବାବାଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ପ୍ରଶାସନର ଏଭଳି ନିଷ୍ପତ୍ତିକୁ ପ୍ରତିବାଦ କରିଛନ୍ତି ସେବାୟତ। ଜୀବନ ଜୀବିକାକୁ ନେଇ ପ୍ରଶାସନ ଖେଳ ଖେଳୁଥିବା ସେବାୟତମାନେ ଅଭିଯୋଗ କରିଛନ୍ତି। ସେବାୟତମାନେ ଗୁରୁବାର ମନ୍ଦିର ଦକ୍ଷିଣଦ୍ୱାର ସମ୍ମୁଖରେ ଧାରଣାରେ ବସି ରହିଥିଲେ। ମନ୍ଦିର ବନ୍ଦ ନିର୍ଦ୍ଦେଶ ପ୍ରତ୍ୟାହାର ନ ହେଲେ ଠାକୁରଙ୍କ ନୀତିକାନ୍ତି କରିବେ ନାହିଁ ବୋଲି ଚେତାବନୀ ଦେଇଛନ୍ତି। ଅନ୍ୟପକ୍ଷେ କୋଭିଡ୍‌ ଆକ୍ରାନ୍ତ ସେବାୟତ କେଉଁଆଡ଼େ ଚାଲିଯାଇଥିବା କିଛି ସେବାୟତ ପ୍ରକାଶ କରିଛନ୍ତି। ପ୍ରଶାସନ ତାଙ୍କୁ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସା କରିବା ସହ ତୁରନ୍ତ ସମସ୍ତ ସେବାୟତଙ୍କ ଟେଷ୍ଟ କରାଇବାକୁ ଦାବି କରିଛନ୍ତି। ଧୂଷୁରୀ ଥାନା ଅଧିକାରୀ ପ୍ରଫୁଲ୍ଲ କୁମାର ସିଂ ଘଟଣା ସ୍ଥଳରେ ପହଞ୍ଚି ବୁଝାଶୁଝା କରିବା ପରେ ସେବାୟତମାନେ ଧାରଣାରୁ ଉଠିଥିଲେ। ସେବାୟତମାନେ କୋଭିଡ୍‌ ସମ୍ବନ୍ଧୀୟ କଟକଣାରେ ସହଯୋଗ କରିବା ସହ ଧାରଣାରୁ ନିବୃତ୍ତ ରହିବାକୁ ମନ୍ଦିର ପରିଚାଳକ ବିଦ୍ୟାଧର ପଲାଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri