କରୋନା ଯୋଦ୍ଧାଙ୍କୁ କରୋନା, ୮୭ ଡାକ୍ତର କରୋନା ପଜିଟିଭ୍‌…

ପାଟଣା, ୩।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବଢ଼ିବାରେ ଲାଗିଛି। ବିହାରର ପାଟନା ସ୍ଥିତ ନାଳନ୍ଦା ମେଡ଼ିକାଲ କଲେଜ ଏବଂ ହସ୍ପିଟାଲର ୮୭ ଡାକ୍ତରଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେମାନଙ୍କ ମଧ୍ୟରୁ କେତେକଙ୍କଠାରେ କୌଣସି ଲକ୍ଷଣ ନ ଥିବାବେଳେ କିଛିଙ୍କ ଠାରେ ସାମାନ୍ୟ ଲକ୍ଷଣ ପ୍ରକାଶ ପାଇଥିବା ଜଣାପଡ଼ିଛି। ସେମାନଙ୍କୁ ହସ୍ପିଟାଲ କ୍ୟାମ୍ପସ୍‌ରେ ଆଇସୋଲେଶନରେ ରଖାଯାଇଛି।

ହସ୍ପିଟାଲ ପକ୍ଷରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇଥିବା ପାଟନା ଜିଲାପାଳ ଚନ୍ଦ୍ରଶେଖର ସିଂ ସୂଚନା ପ୍ରଦାନ କରିଛନ୍ତି। ଏତେ ସଂଖ୍ୟକ ଡାକ୍ତର କରୋନାରେ ଆକ୍ରାନ୍ତ ହେବା ଯୋଗୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କରୋନା ଯୋଦ୍ଧା କରୋନାରେ ଆକ୍ରାନ୍ତ ହେବା ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତିି। ମେଡିକାଲ କଲେଜରୁ ୧୯୪ ଜଣଙ୍କର ଏକ ନମୁନା ନିଆଯାଇଥିଲା। ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀ, କର୍ମଚାରୀ ଏବଂ ଅନେକ ଲୋକ ଏହା ଦ୍ୱାରା ପ୍ରଭାବିତ ହୋଇପାରନ୍ତି ବୋଲି ଆଶଙ୍କା ପ୍ରକାଶ ପାଇଛି।

ଆକ୍ରାନ୍ତ ଡାକ୍ତରମାନେ ଡ୍ୟୁଟିରେ ଥିଲେ ଏବଂ ମେଡିକାଲ ଷ୍ଟାଫ ତଥା ରୋଗୀଙ୍କ ସହ ଯୋଗାଯୋଗରେ ଥିଲେ। ଏପରି ପରିସ୍ଥିତିରେ ରୋଗୀ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କ ନମୁନା ପରୀକ୍ଷା କରାଯିବା ଲାଗି ଚିନ୍ତା କରାଯାଉଛି। ଏହାଦ୍ୱାରା ସେମାନେ ଆକ୍ରାନ୍ତ ହୋଇଛନ୍ତି କି ନାହିଁ ତାହା ଜଣାପଡ଼ିବ ବୋଲି ହସ୍ପିଟାଲ କର୍ତ୍ତୃପକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri