ଆଜି ଆଉ ୧୧ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୩୦୦ ଟପିଲା

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୧ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୦୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ କଟକରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଅନୁଗୋଳ, ଗଞ୍ଜାମ, ଝାରସୁଗୁଡ଼ା, କନ୍ଧମାଳ, ନୂଆପଡ଼ା, ରାୟଗଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨,୮୮,୬୪୬ରେ ପହଞ୍ଚିଥିବା ବେଳେ ୨, ୭୨,୦୩୮ ଜଣ ସୁସ୍ଥ ହୋଇଛନ୍ତି। ୧୫,୨୪୭ ଜଣ ଚିକିତ୍ସିତ ହେଉଛନ୍ତି। ୧୩୦୮ ଜଣଙ୍କ ମୃତ୍ୟୁ ଘଟିଛି।