ଆଜି ଆଉ ୧୧ ଜୀବନ ନେଲା କରୋନା, ୬୩୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା; କଟକରୁ ସର୍ବାଧିକ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୧ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୩୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ଆଜି ସର୍ବାଧିକ କଟକରୁ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ବଲାଙ୍ଗୀର ଏବଂ ଖୋର୍ଦ୍ଧାରୁ ୨ ଜଣ ଲେଖାଏ, କନ୍ଧମାଳ, ନୟାଗଡ଼ ଏବଂ ମୟୂରଭଞ୍ଜରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୫,୦୦୫ରେ ପହଞ୍ଚିଥିବା ବେଳେ ୧,୧୮,୬୪୨ ଜଣ ସୁସ୍ଥ ହୋଇଛନ୍ତି। ୩୫,୬୭୩ ଜଣ ଚିକିତ୍ସିତ ହେଉଛନ୍ତି। ୬୩୭ ଜଣଙ୍କ ମୃତ୍ୟୁ ଘଟିଛି।