ଆଜି ଆଉ ୧୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୪୯୫କୁ ବୃଦ୍ଧି

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୨ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୪୯୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ସୁନ୍ଦରଗଡ଼ ଜିଲାରୁ ୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଖୋର୍ଦ୍ଧା ଏବଂ ଢେଙ୍କାନାଳରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଅନୁଗୋଳ, କନ୍ଧମାଳ, କୋରାପୁଟ ଏବଂ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୩,୦,୭୦୦୪ରେ ପହଞ୍ଚିଥିବା ବେଳେ ୨,୯୩,୭୪୧ଜଣ ସୁସ୍ଥ ହୋଇଛନ୍ତି। ୧୧,୭୧୫ ଜଣ ଚିକିତ୍ସିତ ହେଉଛନ୍ତି। ୧୪୯୫ ଜଣଙ୍କ ମୃତ୍ୟୁ ଘଟିଛି।