ଆଜି ଆଉ ୧୬ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୬୦୦ ଟପିଲା

ଭୁବନେଶ୍ୱର,୨୦ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୬୦୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ସୁନ୍ଦରଗଡ଼ ଜିଲାରୁ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କଟକରୁ ୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଗଞ୍ଜାମ ଏବଂ ସମ୍ବଲପୁରରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ବରଗଡ଼, ଜଗତସିଂହପୁର, ଝାରସୁଗୁଡ଼ା, ପୁରୀ ଏବଂ ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୨,୫୪୫ରେ ପହଞ୍ଚିଥିବା ବେଳେ ୩,୦,୨୭୯୬ ଜଣ ସୁସ୍ଥ ହୋଇଛନ୍ତି। ୮୦୮୮ ଜଣ ଚିକିତ୍ସିତ ହେଉଛନ୍ତି। ୧୬୦୮ ଜଣଙ୍କ ମୃତ୍ୟୁ ଘଟିଛି।