ଆଜି ରାଜ୍ୟରୁ ପୁଣି ୧୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୨୪ରେ ପହଞ୍ଚିଲା

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୭ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୨୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ପୁରୀ ଏବଂ କଟକରୁ ୩ ଜଣ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଖୋର୍ଦ୍ଧା, ବାଲେଶ୍ୱର ଏବଂ ବୌଦ୍ଧରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଅନୁଗୋଳ, କେନ୍ଦୁଝର, ନବରଙ୍ଗପୁର, ରାୟଗଡ଼ା ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨,୩୫,୩୩୦ରେ ପହଞ୍ଚିଥିବା ବେଳେ ୨,୦୨,୨୩୦୨ ଜଣ ସୁସ୍ଥ ହୋଇଛନ୍ତି। ୩୨,୦୫୧ ଜଣ ଚିକିତ୍ସିତ ହେଉଛନ୍ତି। ୯୨୪ ଜଣଙ୍କ ମୃତ୍ୟୁ ଘଟିଛି।