ପୁଣି କରୋନା ନେଲା ୧୮ ଜୀବନ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନାରେ ୧୮ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୧୫ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୮ ମୃତକଙ୍କ ମଧ୍ୟରୁ ଅନୁଗୋଳରେ ସର୍ବାଧିକ ୪ ଜଣ ମୃତ୍ୟୁବରଣ କରିଛନ୍ତି। ଖୋର୍ଦ୍ଧା ଜିଲାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କଳାହାଣ୍ଡି, ରାୟଗଡା ଓ ସୁନ୍ଦରଗଡ ଜିଲାରୁ ୨ ଜଣ ଲେଖାଏ ପ୍ରାଣ ହରାଇଛନ୍ତି। ବୌଦ୍ଧ, ଦେବଗଡ ଗଜପତି, ମାଲକାନଗିରି ଓ ପୁରୀ ଜିଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।