ଆଉ ୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୭୯

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୩୭୯କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଆଜି ଖୋର୍ଦ୍ଧା ଜିଲାରୁ ୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୪୫,୬୫୬ରେ ପହଞ୍ଚିଥିବା ବେଳେ ୧୦,୩୪,୫୦୫ଜଣ ସୁସ୍ଥ ହୋଇଛନ୍ତି। ୨୭୧୯ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮୩୭୯କୁ ବୃଦ୍ଧି ପାଇଛି।