ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୧୨କୁ ବୃଦ୍ଧି

ଭୁବନେଶ୍ୱର,୨୫ା୧୦(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ଆଜି ଆଉ ୩ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୩୧୨କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଆଜି କେନ୍ଦୁଝର, ମୟୂରଭଞ୍ଜ ଏବଂ ଭଦ୍ରକରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୩୮,୮୩୬ରେ ପହଞ୍ଚିଥିବା ବେଳେ ୧୦,୨୫,୯୧୭ଜଣ ସୁସ୍ଥ ହୋଇଛନ୍ତି। ୪୫୫୪ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮୩୧୨କୁ ବୃଦ୍ଧି ପାଇଛି