ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୫୦କୁ ବୃଦ୍ଧି

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୩୫୦କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଆଜି ଖୋର୍ଦ୍ଧା, ନୟାଗଡ଼ ଏବଂ ମୟୂରଭଞ୍ଜରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୪୨,୯୯୩ରେ ପହଞ୍ଚିଥିବା ବେଳେ ୧୦,୩୦,୮୮୯ଜଣ ସୁସ୍ଥ ହୋଇଛନ୍ତି। ୩୬୫୧ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮,୩୫୦କୁ ବୃଦ୍ଧି ପାଇଛି।