ଭୁବନେଶ୍ୱର,୧୭ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି। ଆଜି ଆଉ ୩ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮,୪୮୪କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।
ଆଜି କେବଳ ଖୋର୍ଦ୍ଧା ଜିଲାରୁ ୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଅନୁଗୋଳରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।