ଆଜି ଆଉ ୩୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୫୦୮କୁ ବୃଦ୍ଧି

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଶୁକ୍ରବାର କରୋନା ମହାମାରୀ ରାଜ୍ୟରୁ ଆଉ ୩୭ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୫୦୮କୁ ବୃଦ୍ଧି ପାଇଛି।

ଆଜି ଖୋର୍ଦ୍ଧା ଜିଲାରୁ କରୋନା ସର୍ବାଧିକ ୫ ଜଣଙ୍କ ଜୀବନ ନେଇଥିବାବେଳେ କଟକ ଏବଂ କଳାହାଣ୍ଡିରୁ ୪ ଜଣ ଲେଖାଏ, ବରଗଡ଼, ଝାରସୁଗୁଡ଼ା, ପୁରୀ ଏବଂ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ବଲାଙ୍ଗୀର, ଦେବଗଡ଼, କେନ୍ଦ୍ରାପଡ଼ା ଓ ରାୟଗଡ଼ାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଗଜପତି, ମୟୂରଭଞ୍ଜ ଓ ସମ୍ବଲପୁର ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮,୭୦,୪୯୮ରେ ପହଞ୍ଚିଥିବା ବେଳେ ୮,୨୩,୫୯୯ଜଣ ସୁସ୍ଥ ହୋଇଛନ୍ତି। ୪୩,୩୩୮ ଜଣ ଚିକିିତ୍ସିତ ହେଉଛନ୍ତି। ୩୫୦୮ ଜଣଙ୍କ ମୃତ୍ୟୁ ଘଟିଛି।