ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୦୨କୁ ବୃଦ୍ଧି

ଭୁବନେଶ୍ୱର,୧ା୧୦(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ଆଉ ୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୨୦୨କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଆଜି କଟକ, ଜଗତସିଂହପୁର, ନୟାଗଡ଼ ଏବଂ ମୟୂରଭଞ୍ଜରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୬,୯୫୩ରେ ପହଞ୍ଚିଥିବା ବେଳେ ୧୦,୧୩,୧୪୨ଜଣ ସୁସ୍ଥ ହୋଇଛନ୍ତି। ୫୫୫୬ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮୨୦୨କୁ ବୃଦ୍ଧି ପାଇଛି।