କେନ୍ଦୁଝରରେ ୫ ଦିନରେ କରୋନା ନେଲାଣି ୪ ଜୀବନ

କେନ୍ଦୁଝର,୮ା୮(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଶନିବାର ଆଉ ଦୁଇ କରୋନା ରୋଗୀଙ୍କ ମୃତ୍ୟୁ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ଗତ ୫ ଦିନରେ ୪ ଜଣଙ୍କ ମୃତ୍ୟୁ ଘଟିଥିବାରୁ ଜିଲାବାସୀଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଉଭୟ ଆନନ୍ଦପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଆନନ୍ଦପୁର ଅଞ୍ଚଳରେ ମୃତ୍ୟୁସଂଖ୍ୟା ୩ ହୋଇଥିବା ବେଳେ ଅନ୍ୟ ଜଣେ ଯୋଡ଼ା ଅଞ୍ଚଳର। ଫଳରେ ଆନନ୍ଦପୁର ଅଞ୍ଚଳ ସମ୍ବେଦନଶୀଳ ହୋଇପଡୁଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଆନନ୍ଦପୁର ପୌରାଞ୍ଚଳ ଓ ଅନ୍ୟ କେତେକ ଅଞ୍ଚଳକୁ ପ୍ରଶାସନ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରି ଲୋକଙ୍କୁ ଅଧିକ ସଚେତନ କରାଇଛି। ସେହିପରି ଜିଲାରେ ୨ କରୋନା ଯୋଦ୍ଧା ଓ ଯୋଡ଼ା ବ୍ଲକ ସେରେଣ୍ଡା ଅଞ୍ଚଳରେ ଜଣେ ରୋଗୀକୁ ମିଶାଇ ସମୁଦାୟ ୩ କରୋନା ପଜିଟିଭ୍‌ ଥିବା ଜିଲା ପ୍ରଶାସନ ସୂଚନା ଦେଇଛନ୍ତି। ଦୁଇ ମୃତକଙ୍କ ବୟସ ୬୦ ଓ ୭୯। ଉଭୟ ପୁରୁଷ। ସେମାନେ ଅନ୍ୟାନ୍ୟ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୧ରେ ପହଞ୍ଚଛି। ୭୬୬ ଜଣ ସୁସ୍ଥ ହୋଇଥିବା ବେଳେ ୨୪୩ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri