ଆଜି ଆଉ ୪୪ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୩୪୬କୁ ବୃଦ୍ଧି

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୪୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୩୪୬କୁ ବୃଦ୍ଧି ପାଇଛି।

ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ୱର, ବରଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ପୁରୀ, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟ ଘଟିଛି।

ସେହିପରି ଅନୁଗୋଳ, କଳାହାଣ୍ଡି ଓ ନୟାଗଡ଼ ଜିଲାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ବଲାଙ୍ଗୀର, ଢେଙ୍କାନାଳ, ଗଞ୍ଜାମ, ଭଦ୍ରକ, ଝାରସୁଗୁଡ଼ା, ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮,୫୬,୧୨୧ରେ ପହଞ୍ଚିଥିବା ବେଳେ ୭,୯୬,୭୯୯ଜଣ ସୁସ୍ଥ ହୋଇଛନ୍ତି। ୫୫,୯୨୩ ଜଣ ଚିକିିତ୍ସିତ ହେଉଛନ୍ତି। ୩୩୪୬ ଜଣଙ୍କ ମୃତ୍ୟୁ ଘଟିସାରିଲାଣି।