ସବୁ ରେକର୍ଡ ଭାଙ୍ଗିଲା: ଦିନକରେ କରୋନା ନେଲା ୪୬ ଜୀବନ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୬ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୧୭ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟରେ ମୃତ ୪୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବରଗଡ଼, କଟକ, ପୁରୀରୁ ୫ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାବାଦ ଝାରସୁଗୁଡ଼ା, ସମ୍ବଲପୁରରୁ ୪ ଲେଖାଏ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିବା ବେଳେ ଜଗତସିଂହପୁର, ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଙ୍କ ଜୀବନ ନେଇଛି କରୋନା।
ଏହାବାଦ ଗଞ୍ଜାମ, କଳାହାଣ୍ଡି, ମୟୂରଭଞ୍ଜରୁ ୨ ଲେଖାଏ ଆକ୍ରାନ୍ତ ମୃତ ହୋଇଥିବା ବେଳେ କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ, ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଆଖି ବୁଜିଛନ୍ତି। କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ, ସୁବର୍ଣ୍ଣପୁରରୁ ମଧ୍ୟ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।