ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୧୪କୁ ବୃଦ୍ଧି

ଭୁବନେଶ୍ୱର,୩।୧୦(ବ୍ୟୁରୋ): ଆଜି ରାଜ୍ୟରୁ ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୨୧୪କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଆଜି ଖୋର୍ଦ୍ଧାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଯାଜପୁର ଏବଂ ଗଞ୍ଜାମରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୭,୯୫୯ରେ ପହଞ୍ଚିଥିବା ବେଳେ ୧୦,୧୪,୪୧୨ଜଣ ସୁସ୍ଥ ହୋଇଛନ୍ତି। ୫୨୮୦ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮୨୧୪କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।