ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮,୫୨୫କୁ ବୃଦ୍ଧି

ଭୁବନେଶ୍ୱର,୨୪ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏହି କିଛିଦିନ ହେବ ୧୦ ହଜାର ତଳେ ରହୁଥିବା ବେଳେ ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ସୋମବାର ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୫୨୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

 

 

ଆଜି ଖୋର୍ଦ୍ଧା, କଟକ, ବାଲେଶ୍ୱର, କେନ୍ଦୁଝର ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।