ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୧୭୫କୁ ବୃଦ୍ଧି

ଭୁବନେଶ୍ୱର,୨୬ା୯(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୭୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଆଜି ଖୋର୍ଦ୍ଧାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ କେନ୍ଦୁଝର, କୋରାପୁଟ ଏବଂ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୨୪,୩୨୦ରେ ପହଞ୍ଚିଥିବା ବେଳେ ୧୦,୧୦,୧୮୩ଜଣ ସୁସ୍ଥ ହୋଇଛନ୍ତି। ୫୯୦୯ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮୧୭୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।