ରେକର୍ଡ ଭାଙ୍ଗିଲା କରୋନା ମୃତ୍ୟୁ : ଆଜି ୫୨ ଜଣଙ୍କ ଜୀବନ ନେଲା

ଭୁବନେଶ୍ୱର,୫ା୭(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୫୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪୨୪୮କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ କେବଳ ଭୁବନେଶ୍ୱରରୁ ୫ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ବରଗଡ଼ ଗଞ୍ଜାମ, କଳାହାଣ୍ଡି, ପୁରୀ ଓ ସୁନ୍ଦରଗଡ଼ ଜିଲାରୁ ୫ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ କେନ୍ଦ୍ରାପଡ଼ାରୁ ୪ ଜଣ ଏବଂ କଟକ, କନ୍ଧମାଳ ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଢେଙ୍କାନାଳ, ଭଦ୍ରକ, ବୌଦ୍ଧ, ଝାରସୁଗୁଡ଼ା କେନ୍ଦୁଝର, ନୟାଗଡ଼ ନୂଆପଡ଼ା ଓ ସମ୍ବଲପୁର ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯,୨୪,୬୯୯ରେ ପହଞ୍ଚିଥିବା ବେଳେ ୮,୯୦,୭୭୮ଜଣ ସୁସ୍ଥ ହୋଇଛନ୍ତି। ୨୬,୬୨୦ ଜଣ ଚିକିିତ୍ସିତ ହେଉଛନ୍ତି। ୪୨୪୮ ଜଣଙ୍କ ମୃତ୍ୟୁ ଘଟିସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ଏନଏସି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ଏନଏସି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

ଏହି ୪ ରାଶିଙ୍କ ଉପରେ ଥାଏ ଭାଗ୍ୟର ଆଶୀର୍ବାଦ: କମ ପରିଶ୍ରମରେ ମିଳିଥାଏ ବଡ଼ ସଫଳତା

ଭୁବନେଶ୍ୱର: ଆପଣ ମଧ୍ୟ ଏପରି ଲୋକଙ୍କୁ ଦେଖିଥିବେ, ଯେଉଁମାନଙ୍କୁ ଜୀବନରେ ଅନେକ କିଛି ସହଜରେ ମିଳିଯାଏ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ କିଛି ରାଶି ଜାତକଙ୍କ ଉପରେ ଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri