ରେକର୍ଡ ଭାଙ୍ଗିଲା କରୋନା ମୃତ୍ୟୁ : ଆଜି ୫୨ ଜଣଙ୍କ ଜୀବନ ନେଲା

ଭୁବନେଶ୍ୱର,୫ା୭(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୫୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪୨୪୮କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ କେବଳ ଭୁବନେଶ୍ୱରରୁ ୫ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ବରଗଡ଼ ଗଞ୍ଜାମ, କଳାହାଣ୍ଡି, ପୁରୀ ଓ ସୁନ୍ଦରଗଡ଼ ଜିଲାରୁ ୫ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ କେନ୍ଦ୍ରାପଡ଼ାରୁ ୪ ଜଣ ଏବଂ କଟକ, କନ୍ଧମାଳ ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଢେଙ୍କାନାଳ, ଭଦ୍ରକ, ବୌଦ୍ଧ, ଝାରସୁଗୁଡ଼ା କେନ୍ଦୁଝର, ନୟାଗଡ଼ ନୂଆପଡ଼ା ଓ ସମ୍ବଲପୁର ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯,୨୪,୬୯୯ରେ ପହଞ୍ଚିଥିବା ବେଳେ ୮,୯୦,୭୭୮ଜଣ ସୁସ୍ଥ ହୋଇଛନ୍ତି। ୨୬,୬୨୦ ଜଣ ଚିକିିତ୍ସିତ ହେଉଛନ୍ତି। ୪୨୪୮ ଜଣଙ୍କ ମୃତ୍ୟୁ ଘଟିସାରିଲାଣି।