ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୧୬୩କୁ ବୃଦ୍ଧି

ଭୁବନେଶ୍ୱର,୨୪ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୬୩କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଆଜି କଟକରୁ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ,ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୧୦,୨୩,୧୩୩ରେ ପହଞ୍ଚିଥିବା ବେଳେ ୧୦,୯୦,୦୮୮ଜଣ ସୁସ୍ଥ ହୋଇଛନ୍ତି। ୫୮୨୯ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮୧୬୩କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।