ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୦୮୪କୁ ବୃଦ୍ଧି

ଭୁବନେଶ୍ୱର,୧୦ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୦୮୪କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଆଜି ଅନୁଗୋଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରରଞ୍ଜ ଏବଂ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୧୫,୦୮୩ରେ ପହଞ୍ଚିଥିବା ବେଳେ ୯,୯୯,୮୫୯ଜଣ ସୁସ୍ଥ ହୋଇଛନ୍ତି। ୭୦୮୭ ଜଣ ଚିକିିତ୍ସିତ ହେଉଛନ୍ତି।