ରାଜ୍ୟରେ ୬୦୦୦ ଟପିଲା କରୋନା ମୃତ୍ୟୁସଂଖ୍ୟା: ଆଜି ୬୭ ଜଣଙ୍କ ଜୀବନ ନେଲା

ଭୁବନେଶ୍ୱର,୨ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୬୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୦୩୩କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ସୁନ୍ଦରଗଡ଼ରୁ ୧୧ ଓ କଟକରୁ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ପୁରୀରୁ ୬, ଢେଙ୍କାନାଳରୁ ୫, ଗଞ୍ଜାମ ଓ ଜଗତସିଂହପୁରରୁ ୪ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ଯାଇଛି। ସେହିପରି ଅନୁଗୋଳ ଓ ଭଦ୍ରକରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ବାଲେଶ୍ୱର, ଝାରସୁଗୁଡ଼ା ଓ କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏ ଆକ୍ରାନ୍ତ ମୃତ୍ୟୁ ଘଟିଥିବା ବେଳେ ବରଗଡ଼, ଯାଜପୁର ଓ କେନ୍ଦୁଝରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୯,୭୯,୭୩୭ରେ ପହଞ୍ଚିଥିବା ବେଳେ ୯,୫୮,୬୦୧ଜଣ ସୁସ୍ଥ ହୋଇଛନ୍ତି। ୧୫,୦୫୦ ଜଣ ଚିକିିତ୍ସିତ ହେଉଛନ୍ତି। ୬୦୩୩ ଜଣଙ୍କ ମୃତ୍ୟୁ ଘଟିସାରିଲାଣି।