ଆଜି ଆଉ ୯ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୫୩୧ରେ ପହଞ୍ଚିଲା

ଭୁବନେଶ୍ୱର,୪ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୯ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୩୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ବଲାଙ୍ଗୀର, ଗଞ୍ଜାମ, କଟକ ଏବଂ ଖୋର୍ଦ୍ଧାରୁ ୨ ଜଣ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ରାୟଗଡ଼ାରୁ ଜଣଙ୍କର ମୃତ୍ୟୁ ଘଟିଛି।


ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୧, ୧୬,୬୭୮ରେ ପହଞ୍ଚିଥିବା ବେଳେ ୮୭, ୩୫୧ଜଣ ସୁସ୍ଥ ହୋଇଛନ୍ତି। ୨୮,୭୪୩ ଜଣ ଚିକିତ୍ସିତ ହେଉଛନ୍ତି। ୫୩୧ଜଣଙ୍କ ମୃତ୍ୟୁ ଘଟିଛି।