ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩୦।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ଶହ ଶହ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟରେ ଗୁରୁବାର ପୁଣି କାରୋନାଜନିତ ଆଉ ୧୦ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁସଂଖ୍ୟା ୧୬୯କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲାର ୪, ଖୋର୍ଦ୍ଧାରୁ ୨, ନୟାଗଡ଼ ୧, ରାୟଗଡ଼ା ୧, ସମ୍ବଲପୁର ୧ ଓ ସୁନ୍ଦରଗଡ଼ର ଜଣେ ରହିଛନ୍ତି। ଗଞ୍ଜାମ ଜିଲାର ୪ଜଣ ମୃତକଙ୍କ ମଧ୍ୟରେ ୩ ପୁରୁଷ ଓ ଜଣେ ମହିଳା ରହିଛନ୍ତି। ପୁରୁଷଙ୍କ ବୟସ ଯଥାକ୍ରମେ ୩୩, ୪୩, ୪୭ ଓ ମହିଳାଙ୍କ ବୟସ ୬୫ ରହିଛି। ଉକ୍ତ ମହିଳା ଜଣଙ୍କ ପୂର୍ବରୁ ଉଚ୍ଚ ରକ୍ତଚାପ ଓ ଡାଇବେଟିସ୍‌ ରୋଗରେ ପୀଡ଼ିତ ଥିଲେ। ସେହିପରି ଭୁବନେଶ୍ୱରର ମୃତ ଦ୍ୱୟ ହେଲେ ୬୦ବର୍ଷର ଜଣେ ମହିଳା ଓ ପୁରୁଷ। ମହିଳା ଜଣଙ୍କ ଡାଇବେଟିସ୍‌ରେ ପୀଡ଼ିତ ଥିବା ବେଳେ ପୁରୁଷ ଜଣଙ୍କ ଉଭୟ ଡାଇବେଟିସ୍‌ ଓ କିଡନୀ ରୋଗରେ ପୀଡ଼ିତ ଥିଲେ। ତେବେ ସମ୍ବଲପୁରର ୬୭ବର୍ଷୀୟ ବୃଦ୍ଧ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିବା ବେଳେ ନୟାଗଡ଼ର ୬୫ବର୍ଷୀୟ ବୃଦ୍ଧ କିଡନୀ ଓ ଅନ୍ୟାନ୍ୟ ରୋଗରେ ପୀଡ଼ିତ ଥିଲେ। ସେହିଭଳି ସୁନ୍ଦରଗଡ଼ର ୭୧ବର୍ଷୀୟ ବୃଦ୍ଧ ଡାଇବେଟିସ୍‌ ରୋଗରେ ପୀଡ଼ିତ ଥିବା ବେଳେ ରାୟଗଡ଼ାର ୫୦ବର୍ଷୀୟ ପୁରୁଷ ମଧ୍ୟ ଅନ୍ୟାନ୍ୟ ରୋଗରେ ପୀଡ଼ିତ ଥିବା ଜଣାପଡ଼ିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ନାବାଳିକାଙ୍କୁ ଗଣବଳାତ୍କାର, ଅଟୋରିକ୍ସା ଭିତରେ ମଦ୍ୟପାନ କରି…

ନୂଆଦିଲ୍ଲୀ,୧୯ା୯: ରାଜଧାନୀ ନୂଆଦିଲ୍ଲୀରେ ପୁଣି ଏକ ଭୟଙ୍କର ଓ ନୃଶଂସ ଅପରାଧ ସାମ୍ନାକୁ ଆସିଛି। ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ପରେ ଛୁରିରେ ଭୁସି ହତ୍ୟା…

ନରାଜ ହେବ ବିଶ୍ୱସ୍ତରୀୟ ସେମି କଣ୍ଡକ୍ଟର ହବ୍‌: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯ା୯(ସୁନିତ୍‌ ମିଶ୍ର): ଦେଶର ସେମିକଣ୍ଡକ୍ଟର ମାନଚିତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ହାସଲ କରୁଛି। ନୂଆଦିଲ୍ଲୀଠାରେ ଆୟୋଜିତ ‘ସେମିକନ୍‌ ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ…

୧୦୦ ବର୍ଷ ପରେ ମିଳିଲା ନୂଆ ବିରାଡ଼ି ପ୍ରଜାତି

ନୂଆଦିଲ୍ଲୀ: ବିଜ୍ଞାନ ଜଗତରେ ଏକ ବଡ଼ ସଫଳତା ମିଳିଛି। ୧୦୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ପରେ ପୃଥିବୀରେ ଏକ ସମ୍ପୂର୍ଣ୍ଣ ନୂଆ ଜୀବନ୍ତ ବିରାଡ଼ି ପ୍ରଜାତିର ସନ୍ଧାନ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?