ରାଜ୍ୟରୁ ପୁଣି ୧୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩୦।୧(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୧୯ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୫୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୫, ଗଞ୍ଜାମରୁ ୩, ଅନୁଗୋଳରୁ, ନବରଙ୍ଗପୁରରୁ ୨ ଜଣ ଲେଖାଏ, ଭଦ୍ରକ କଟକ ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ ଓ ପୁରୀରୁ ଜଣେ ଲେଖାଏ ରହିଛନ୍ତି । ତେବେ ଆଜି ରାଜ୍ୟରେ ୪୮୪୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।