ପୁଣି କରୋନା ନେଲା ୨୫ ଜୀବନ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ରେକର୍ଡ ଭାଙ୍ଗୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୨୫ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨୪୦୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ସର୍ବାଧିକ କଳାହାଣ୍ଡି ଓ ଖୋର୍ଦ୍ଧା ଜିଲାରୁ ୪ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଅନୁଗୋଳରୁ ୩ ଓ ରାୟଗଡ଼ା, ଗଞ୍ଜାମ ଓ ସୁନ୍ଦରଗଡ଼ରୁ ୨ଜଣ ଲେଖାଏ ପ୍ରାଣ ହରାଇଛନ୍ତି। ସେହିଭଳି ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, କଟକ, ଢ଼େଙ୍କାନାଳ, କେନ୍ଦୁଝର ଓ ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri