ରାଜ୍ୟରୁ ପୁଣି ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୪୦କୁ ବୃଦ୍ଧି ପାଇଛି। ୪ ମୃତକଙ୍କ ମଧ୍ୟରେ ବାଲେଶ୍ୱରରୁ ଜଣେ ଥିବା ବେଳେ ଭୁବନେଶ୍ୱରରୁ ଜଣେ, ଜଗତସିଂହପୁରରୁ ଜଣେ ଏବଂ ପୁରୀରୁ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ଆଜି ରାଜ୍ୟରେ ୩୨୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।