ରାଜ୍ୟରୁ ପୁଣି ୬୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୪।୮(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୭ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭,୪୯୩କୁ ବୃଦ୍ଧି ପାଇଛି। ୬୭ ମୃତକଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୨୦ ଜଣ ଥିବା ବେଳେ ଜଗତସିଂହପୁରରୁ ୧୪, ଢେଙ୍କାନାଳରୁ ୮, ଯାଜପୁରରୁ ୬ , ବାଲେଶ୍ୱରରୁ ୫, ଅନୁଗୋଳ ଓ କେନ୍ଦ୍ରାପଡ଼ାରୁ ୩ ଜଣ ଲେଖାଏ, ଭଦ୍ରକ ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏ ଏବଂ କେନ୍ଦୁଝର, ନବରଙ୍ଗପୁର, ପୁରୀ ଓ ରାୟଗଡ଼ାରୁ ଜଣେ ଲେଖାଏ ଚିହ୍ନଟ ହୋଇଛନ୍ତି।