ରାଜ୍ୟରୁ ପୁଣି ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨।୧୦(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୨୦୯କୁ ବୃଦ୍ଧି ପାଇଛି। ୭ ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଜିଲାରୁ ୨ ଜଣ ଲେଖାଏ ଆକ୍ରାନ୍ତ ଆଖି ବୁଜିଥିବା ବେଳେ ଜଗତସିଂହପୁର, ଯାଜପୁର ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।