ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୪।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୪୭ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, କଟକ, ଅନୁଗୋଳ ଓ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛ।