କରୋନା ନେଲା ୨୭ ବର୍ଷୀୟ ଡାକ୍ତରଙ୍କ ଜୀବନ

ନୂଆଦିଲ୍ଲୀ, ୨୬।୭: ଜଣେ ଯୁବ ଡାକ୍ତରଙ୍କ ଜୀବନ ନେଇଛି କରୋନା ମହାମାରୀ। ଦିଲ୍ଲୀ ସରକାରଙ୍କ ଦ୍ୱାରା ପରିଚାଳିତ ଭୀମ ରାଓ ଆମ୍ବେଦକର ହସ୍ପିଟାଲ ଓ କଲେଜରେ କାର୍ଯ୍ୟ କରୁଥିବା ରେସିଡେଣ୍ଟ ଡାକ୍ତର ଯୋଗୀନ୍ଦର ଚୌଧୁରୀ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୨୭ ବର୍ଷ ହୋଇଥିଲା। ଯୋଗୀନ୍ଦର ଗତ ୬ ମାସ ହେବ ଏହି ହସ୍ପିଟାଲରେ ଆଡ୍‌ହକ ଆଧାରରେ କାମ କରୁଥିଲେ। ସେ ପ୍ରଥମେ ଫ୍ଲୁ କ୍ଲିନିକ ଓ ପରେ କାଜୁଆଲଟୀ ଦାୟିତ୍ୱରେ ରହିଥିଲେ। ତେବେ ଗତ ମାସ ୨୭ରେ ସେ କରୋନା ଆକ୍ରାନ୍ତ ବୋଲି ଚିହ୍ନଟ ହୋଇଥିଲେ। ଏହାପରେ ତାଙ୍କୁ ଚିକିତ୍ସା ପାଇଁ ବାବା ସାହେବ ଆମ୍ବେଦକର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଯୋଗୀନ୍ଦରଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ରହିବାରୁ ଡାକ୍ତର ତାଙ୍କୁ ଜୁନ୍‌ ୩୦ରେ ଲୋକ ନାୟକ ହସ୍ପିଟାଲକୁ ସ୍ଥାନାନ୍ତର କରିଥିଲେ। ସେଠାରେ ଜୁଲାଇ ୮ ପର୍ଯ୍ୟନ୍ତ ରହିବା ପରେ ଯୋଗୀନ୍ଦରଙ୍କ ବାପାଙ୍କୁ ଡାକ୍ତର କହିଥିଲେ ତାଙ୍କ ପୁଅର ଫୁସ୍‌ଫୁସରେ ଏକ ଛିଦ୍ର ରହିଛି। ତାଙ୍କୁ ଭେଣ୍ଟିଲେଟରରେ ରଖିବାର ଆବଶ୍ୟକ ହେଉଛି। ତେଣୁ ସେହିଦିନ ତାଙ୍କୁ ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଚିକିତ୍ସାଧିନ ଅବସ୍ଥାରେ ଶେଷରେ ଯୋଗୀନ୍ଦରଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଦିଲ୍ଲୀ ସରକାରଙ୍କ ହସ୍ପିଟାଲରେ କାର୍ଯ୍ୟ କରୁଥିବାବେଳେ କରୋନା ଆକ୍ରାନ୍ତ ହୋଇ ମୃତୁୂ୍ୟବରଣ କରିଥିବାରୁ ଏକ କୋଟି ଟଙ୍କା ଦେବାକୁ ଯୋଗୀନ୍ଦରଙ୍କ ପିତା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri