ଫାର୍ମାସିଷ୍ଟଙ୍କ ଜୀବନ ନେଲା କରୋନା: ଗାର୍ଡ ଅଫ୍‌ ଅନର ସହ ଶେଷକୃତ୍ୟ ସମ୍ପନ୍ନ

ପୁରୁଷୋତ୍ତମପୁର,୨୧ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ପାଣ୍ଡିଆ ଗ୍ରାମର ଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଓ୍ବାଇ ରାଜକୁମାର (୪୬)। ସେ ଦୀର୍ଘ ୧୩ ବର୍ଷ ହେଲା ମାଲକାନଗିରି ଜିଲା ମାଥିଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା କାଳିଆଗୁଡ଼ା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଫାର୍ମାସିଷ୍ଟ ଭାବେ କାର୍ଯ୍ୟ କରୁଥିଲେ। ଗତ ମାସ ୨୭ ତାରିଖରେ ସେ ଅସୁସ୍ଥତା ଅନୁଭବ କରିଥିଲେ। ପରେ ସେ କରୋନା ପରୀକ୍ଷା କରିଥିଲେ ଯାହାକି ୨୯ ତାରିଖରେ ରିପୋର୍ଟ ପଜିଟିଭ୍‌ ଆସିବାରୁ ତାଙ୍କୁ ଜୟପୁର କୋଭିଡ୍‌ ହସ୍ପିଟାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଥିଲା। ମାତ୍ର ପରିସ୍ଥିତି ଗୁରୁତର ହେବାରୁ ସେହିଦିନ ଅପରାହ୍ନରେ ବିଶାଖାପାଟଣାର ମେଡିକଭର କୋଭିଡ୍‌ ହସ୍ପିଟାଲକୁ ନିଆଯାଇ ଚିକିତ୍ସା କରାଯାଇଥିଲା। ମାତ୍ର ସେଠାରେ ମଧ୍ୟ ସ୍ବାସ୍ଥ୍ୟରେ ଉନ୍ନତି ନ ଆସିବାରୁ ଗତ ୯ ତାରିଖରେ ବିଶାଖାପାଟଣାର ଅନ୍ୟ ଏକ ମେଡିକାଲକୁ ସ୍ଥାନାନ୍ତର କରି ଚିକିତ୍ସା କରାଯାଉଥିବା ବେଳେ ରବିବାର ତାଙ୍କର ମୃତ୍ୟୁ ଘଟିଥିଲା। ଏହାକୁ ନେଇ ମାଲକାନଗିରି ଜିଲା ପ୍ରଶାସନକୁ ପରିବାର ଲୋକେ ଖବର ଦେଇଥିଲେ। ପ୍ରଶାସନର ପରାମର୍ଶ ଅନୁଯାୟୀ ମୃତଦେହକୁ ନିଜ ଗ୍ରାମ ପାଣ୍ଡିଆ କୁ ଅଣାଯାଇଥିଲା। ଏହାର ଖବର ପାଇ ପୁରୁଷୋତ୍ତମପୁର ତହସିଲଦାର ଅରୁଣ କୁମାର ନାୟକ, ବିଡିଓ ବିଜୟ କୁମାର ବେହେରା, ଥାନା ଏଏସ୍‌ଆଇ ରବିନ୍ଦ୍ର ନାଥ ପାଣିଗ୍ରାହୀ ଓ ପୋଲିସ କର୍ମଚାରୀମାନେ ପାଣ୍ଡିଆ ଗ୍ରାମରେ ପହଞ୍ଚି ଗାର୍ଡ ଅଫ୍‌ ଅନର ଦେଇ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପନ୍ନ କରିଥିଲେ। ତାଙ୍କର ସ୍ତ୍ରୀ ଓ୍ବାଇ ପ୍ରେମଲତା, ୧୩ ବର୍ଷ ଓ ୯ବର୍ଷର ଦୁଇ ଝିଅ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡି ଘାଟି ସମ୍ପ୍ରସାରଣ ବିଳମ୍ବ: ବଢିଲା ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର...

ଏଣିକି ଛାତ୍ରୀଛାତ୍ର ହେବେ ଆତ୍ମନିର୍ଭରଶୀଳ: କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ…

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ...

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...

ପୋଲିସକୁ ଦେଖି ହାଇସ୍ପିଡ୍‌ରେ ନେଉଥିଲେ ଗାଡ଼ି, ସିଧା ଯାଇ ଇଲେକ୍ଟ୍ରି ଖୁଣ୍ଟରେ…

ବଲାଙ୍ଗୀର,୧୦।୧୨(ସୁନିଲ ମହାନ୍ତି): ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନଥାନା ପୋଲିସ ପାଟ୍ରୋଲିଂ ସମୟରେ ରେଲୱେ ଷ୍ଟେଶନ ସାଲେପାଲି ଛକ ନିକଟରେ କାରରେଆସି କିଛି ଯୁବକ  ରାସ୍ତାରେ ଯାଉଥିବା...

ସମସ୍ତେ ଆତ୍ମସମ୍ମାନର ସହ ବଞ୍ଚିବା ଜରୁରୀ: ମାନବାଧିକାରକୁ ଗୁରୁତ୍ୱାରୋପ

ପୁରୁଷୋତ୍ତମପୁର,୧୦/୧୨(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ତାରାତାରିଣୀ କଲେଜ ପରିସରରେ ବୁଧବାର ମାନବ ଅଧିକାର...

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri