ପୁରୁଷୋତ୍ତମପୁରରେ କରୋନା ନେଲା ଆଉ ଜଣେ ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର, ୨୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଜଣେ ପ୍ରଧାନ ଶିକ୍ଷୟତ୍ରୀଙ୍କ ମୃତ୍ୟୁର ୨୪ ଘଣ୍ଟା ନ ପୁରୁଣୁ ଆଉ ଜଣେ ପ୍ରଧାନଶିକ୍ଷକ ତଥା ଭାରାପ୍ରାପ୍ତ ଏବିଓଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାକୁ ନେଇ ଶିକ୍ଷକମାନଙ୍କ ମହଲରେ ଆଲୋଡନ ସୃଷ୍ଟି କରିଛି। ପୁରୁଷୋତ୍ତମପୁର ବ୍ଲକ ଭୂତସରସିଙ୍ଗି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ତଥା ପୁରୁଷୋତ୍ତମ ବ୍ଲକର ଭାରାପ୍ରାପ୍ତ ସହକାରୀ ଶିକ୍ଷା ଅଧିକାରୀଭାବେ କାର୍ଯ୍ୟରତ ଲକ୍ଷ୍ମୀ ନାରାୟଣ ଶତପଥୀଙ୍କ କୋଭିଡ୍‌ ହସପିଟାଲରେ ବୁଧବାର ମୃତ୍ୟୁ ଘଟିଥିବା ନେଇ ବ୍ଲକ ଶିକ୍ଷା ଅଧିକାରୀ ହରେକୃଷ୍ଣ ପଣ୍ଡା ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଲକ୍ଷ୍ମୀ ନାରାୟଣ ଏପ୍ରିଲ ମାସ ୨୭ ତାରିଖଠାରୁ ମେ ମାସ ୩୧ତାରିଖ ପର୍ଯ୍ୟନ୍ତ ଭୂତସରସିଙ୍ଗି ସ୍କୁଲ ଟିଏମ୍‌ସି ସେଣ୍ଟରରେ କାର୍ଯ୍ୟ କରୁଥିଲେ। ଗତ ୯ ତାରିଖରେ ତାଙ୍କର ଅସୁସ୍ଥତାକୁ ନେଇ କବିସୂର୍ଯ୍ୟନଗରଠାରେ ସ୍ବାବ ପରିକ୍ଷା କରାଯାଇଥିଲା। ପରେ ଚିକିତ୍ସା ନିମନ୍ତେ ୧୦ ତାରିଖରେ କୋଭିଡ୍‌ ହସ୍‌ପିଟାଲକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧିନ ଥିବା ସମୟରେ ତାଙ୍କର ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ମଙ୍ଗଳବାର ପୁରୁଷୋତ୍ତମ ପୁର ଏନ୍‌ଏସି କନକା ସାହି ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟତ୍ରୀ ଭାବେ କାର୍ଯ୍ୟ କରୁଥିବା ଟି ବିଜୟଲକ୍ଷ୍ମୀଙ୍କ କରୋନାରେ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ବନ୍ୟା: ୨୨ ଲକ୍ଷ ପ୍ରଭାବିତ

ପାଟନା,୭ା୯(ପି.ଟି.): ବିହାର ଓ ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ଲାଗିରହିଥିବାରୁ ନଦୀଗୁଡ଼ିକ ବିପଦ ସଙ୍କେତ ଉପରେ ପ୍ରବାହିତ ହେବା ସହ ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ବନ୍ୟା ପ୍ରଭାବିତ…

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଡାକ୍ତର ଅଛନ୍ତି ମାତ୍ର ୧୦…ଛତ୍ରପୁର ହସ୍ପିଟାଲରେ ICU ଓ ଟ୍ରମା କେୟାର ପାଇଁ ଉଠିଲା ଦାବି

ଛତ୍ରପୁର,୬ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ପର୍ଯ୍ୟାପ୍ତ ସଂଖ୍ୟକ…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ରାସ୍ତା ନିର୍ମାଣ କାର୍ଯ୍ୟରେ ଅନିୟମିତତା ଅଭିଯୋଗ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର

ଗଞ୍ଜାମ,୬।୯(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ୯ ବରପଲ୍ଲୀ ଗ୍ରାମକୁ ଉପଯୁକ୍ତ ରାସ୍ତା ଟିଏ ନଥିଲା । ଦୀର୍ଘ ବର୍ଷ ହେବ ମୋରମ ବିଛା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri