ରାଜ୍ୟରେ ଆଉ ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୫୭ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।