ରାଜ୍ୟରେ ୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୦୧କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।