ରାଜ୍ୟରେ କରୋନା ନେଲା ଆଉ ୨ଜୀବନ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜ୍ୟରେ କରୋନା ଜନିତ ଆଉ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଉଛନ୍ତି ଗଞ୍ଜାମ ଜିଲାର। ଏହାକୁ ମିଶାଇ ଗଞ୍ଜାମ ଜିଲାରେ ମୃତ୍ୟୁ ସଂଖ୍ୟା ୪୮ରେ ପହଞ୍ଚିଛି। ଗଞ୍ଜାମର ୨ ମୃତକ ପୁରୁଷ ହୋଇଥିବା ବେଳେ ସେମାନଙ୍କ ବୟସ ଯଥାକ୍ରମେ ୫୧ ଓ ୩୪ ରହିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷେ ରାଜ୍ୟରେ ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୭୯ରେ ପହଞ୍ଚିଛି।