CORONAVIRUS UPDATE : ରାଜ୍ୟରେ କରୋନା ନେଲା ଆଉ ଦୁଇ ଜୀବନ, ୨୯ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୩ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ଆଉ ଦୁଇ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯ରେ ପହଞ୍ଚିଛି। ମୃତକ ଦ୍ୱୟ ଗଞ୍ଜାମ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଜଣେ ୬୬ ବର୍ଷୀୟ ବୃଦ୍ଧ ହୋଇଥିବା ବେଳେ ଆଉ ଜଣେ ୪୦ ବର୍ଷୀୟ ବ୍ୟକ୍ତି। ବୃଦ୍ଧ ଜଣକ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିବା ବେଳେ ଅନ୍ୟଜଣେ ଡାଇବେଟିସ୍‌ ରୋଗରେ ପୀଡ଼ିତ ଥିଲେ।
ସୂଚନାଯୋଗ୍ୟ, କେବଳ ଗଞ୍ଜାମ ଜିଲାରେ କରୋନାରେ ବର୍ତ୍ତମାନ ସୁଦ୍ଧା ୧୭ ଜଣଙ୍କ ମୃତ୍ୟୁ ଘଟିସାରିଲାଣି।