ଆଉ ୨୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮,୯୦୪କୁ ବୃଦ୍ଧି

ଭୁବନେଶ୍ୱର,୧୪ା୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ଆଜି ଆଉ ୨୦ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୯୦୪କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଆଜି କେବଳ ବାଲେଶ୍ୱର ଜିଲାରୁ ୬ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଯାଜପୁରରୁ ୪ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ପୁରୀ ଏବଂ କଟକରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର ଏବଂ ଖୋର୍ଦ୍ଧା ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୭୮,୧୨୧ରେ ପହଞ୍ଚିଥିବା ବେଳେ ୧୨,୫୭,୮୪୦ ଜଣ ସୁସ୍ଥ ହୋଇଛନ୍ତି। ୧୧,୩୨୪ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮,୯୦୪ ଜଣଙ୍କ ମୃତ୍ୟୁ ଘଟିଛି।