ରାଜ୍ୟରୁ ଆଉ ୧୫ ଜୀବନ ନେଲା କରୋନା, ୭୬୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୫ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୬୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ପୁରୀରୁ ୩, ମୟୂରଭଞ୍ଜରୁ ୨ ଏବଂ ଅନୁଗୋଳ, ବଲାଙ୍ଗୀର, କଟକ, କେନ୍ଦ୍ରାପଡ଼ା, କନ୍ଧମାଳ, ରାୟଗଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨,୦,୧୦୯୬ ପହଞ୍ଚିଥିବା ବେଳେ ୩୯,୨୩୨ଜଣ ଚିକିତ୍ସିତ ହେଉଛନ୍ତି। ୭୬୭ ଜଣଙ୍କ ମୃତ୍ୟୁ ଘଟିଛି।