ଆଜି ଆଉ ୧୮ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୨୦୦ ଟପିଲା

ଭୁବନେଶ୍ୱର,୨୩ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୮ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୨୧୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧା, ଅନୁଗୋଳ, ଗଜପତି ଜିଲାରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ଯାଜପୁର, ମୟୂରଭଞ୍ଜରୁ ଦୁଇଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଭଦ୍ରକ, ଢେଙ୍କାନାଳ,ମାଲକାନଗରି, ନବରଙ୍ଗପୁର ଏବଂ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨,୭୭,୮୮୭ରେ ପହଞ୍ଚିଥିବା ବେଳେ ୨,୫୭,୦୪୧ ଜଣ ସୁସ୍ଥ ହୋଇଛନ୍ତି। ୧୯,୫୭୯ ଜଣ ଚିକିତ୍ସିତ ହେଉଛନ୍ତି। ୧୨୧୪ ଜଣଙ୍କ ମୃତ୍ୟୁ ଘଟିଛି।