୬ ମାସରେ ୧ରୁ ୧କୋଟି ଛୁଇଁଲା କରୋନା

ନୂଆଦିଲ୍ଲୀ/ଓ୍ବାଶିଂଟନ, ୨୮।୬: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ୨୦୬ଟି ଦେଶରେ କରୋନା ନିଜର କାୟା ବିସ୍ତାର କରିସାରିଛି। କରେନା ସଂକ୍ରମଣର ପ୍ରଥମ ଘଟଣା ୨୦୧୯ ଡିସେମ୍ବରରେ ଚିହ୍ନଟ ହୋଇଥିଲା। ଏହାପରେ ମାତ୍ର ୬ ମାସ ମଧ୍ୟରେ କରୋନା ସଂକ୍ରମଣ ୧ରୁ ୧ କୋଟି ଟପିଛି। ଫେବୃୟାରୀ ଶେଷ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୮୫ ହଜାର ଛୁଇଁଥିବାବେଳେ ମାର୍ଚ୍ଚ ଶେଷ ବେଳକୁ ଏହି ସଂଖ୍ୟା ୭ଲକ୍ଷ ୫୦ ହଜାର ଟପିଥିଲା। ରବିବାର ସୁଦ୍ଧା ପୃଥିବୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କୋଟିଏ ୮୨ ହଜାର ୬୧୮ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୫ ଲକ୍ଷ ହଜାରେ ୩୦୯ ଛୁଇଁଛି। ଗତ ୨୪ ଘଣ୍ଟାରେ ଲକ୍ଷେ ୭୬ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଇତିମଧ୍ୟରେ ୫୪ ଲକ୍ଷ ୫୮ ହଜାର ୫୨୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୪୧ ଲକ୍ଷ ୨୨ ହଜାର ୭୮୬ ଜଣ ଚିକିତ୍ସିତ ହେଉଛନ୍ତି। ଜାନୁୟାରୀ ୯ରେ ପ୍ରଥମ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା। ତେବେ ଏହାପରେ ୧୭୦ ଦିନ ମଧ୍ୟରେ ମୃତକଙ୍କ ସଂଖ୍ୟା ୫ ଲକ୍ଷ ଟପିଛି ଥିବା ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ସୂଚନା ଦିଆଯାଇଛି। କରୋନା ଆକ୍ରାନ୍ତଙ୍କ ସୁସ୍ଥ ହାର ପୃଥିବୀରେ ୫୫ ପ୍ରତିଶତରୁ ଅଧିକ ରହିଛି। ଅପରପକ୍ଷରେ ମୃତ୍ୟୁ ହାର ୫ ପ୍ରତିଶତ ରହିଛି। ୨୦୦୩ରେ ସାର୍ସ ସଂକ୍ରମଣ ଯୋଗୁ ମୃତ୍ୟୁ ହାର ୧୫ ପ୍ରତିଶତ ଥିଲା। ସେହିପରି ୨୦୧୫ରେ ମର୍ସ ସଂକ୍ରମଣ ଯୋଗୁ ମୃତ୍ୟୁ ହାର ୩୫ ପ୍ରତିଶତ ରହିଥିଲା। ମାତ୍ର କରୋନା ସଂକ୍ରମଣ କ୍ଷେତ୍ରରେ ମୃତ୍ୟୁ ହାର ଯଥେଷ୍ଟ କମ୍‌ ରହିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri