କରୋନା ଲକ୍ଷେ ମୁହାଁ : ୨୪ ଘଣ୍ଟାରେ ୯୩ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୪।୪: ଦେଶରେ କରୋନାର ସଂକ୍ରମଣ ଥମିବାର ନା ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ି ଚାଲିିଛି। ଦେଶରେ ଲଗାତାର ଗତ ୩ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୮୦ ହଜାରରୁ ଅଧିକ ରହିଛି। କରୋନା ଲକ୍ଷେ ମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୯୩ ହଜାର ୨୪୯ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୫୧୩ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏଭଳି ଧାରା ଜାରି ରହିଲେ ଆଉ ୨ ଦିନ ପରେ ନୂଆ ଆକାନ୍ତଙ୍କ ସଂଖ୍ୟା ଦିନ ପିଛା ଲକ୍ଷେରେ ପହଞ୍ଚିବାର ଆଶଙ୍କା ଦେଖାଦେଇଛି। ପ୍ରାୟ ସାଢ଼େ ୬ ମାସ ପରେ ଦେଶରେ ପୁଣି କରୋନା ସଂକ୍ରମଣର ସ୍ଥିତି ସମାନ ହୋଇଛି। ଏହା ପୂର୍ବରୁ ୧୯୭ ଦିନ ତଳେ ସେପ୍ଟେମ୍ବର ୧୮ରେ ଆକ୍ରାନ୍ତଙ୍କ ସଂଖ୍ୟା ୯୩ ହଜାର ୩୩୭ରେ ପହଞ୍ଚିଥିଲା। ଦେଶରେ ଗତ ୪ ଦିନ ଧରି ଲଗାତାର ମୃତକଙ୍କ ସଂଖ୍ୟା ୪୦୦ରୁ ଅଧିକ ରହିଛି। ଏହାକୁ ନେଇ କେନ୍ଦ୍ର ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଦେଶରେ ମହାରାଷ୍ଟ୍ର, ଛତିଶଗଡ଼, କର୍ନାଟକ, କେରଳ, ତାମିଲନାଡୁ, ଗୁଜରାଟ, ମଧ୍ୟପ୍ରଦେଶ ଆଦି ରାଜ୍ୟରେ କରୋନା ବେକାବୁ ହେବାରେ ଲାଗିଛି। ମହାରାଷ୍ଟ୍ରରେ ଗତ ୨୪ ଘଣ୍ଟାରେ ୪୯ ହଜାର ୪୪୭ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ଆକ୍ରାନ୍ତ ହୋଇ ୨୭୭ ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri